ଗଠନ ହେଲା ଓଡିଶା ମୋଟରଯାନ ଡ୍ରାଇଭର ଓ କର୍ମଚାରୀ କଲ୍ୟାଣ ପରିଷଦ

Jul 26, 2023 - 07:20
Jul 27, 2023 - 07:20
 0  6
ଗଠନ ହେଲା ଓଡିଶା ମୋଟରଯାନ ଡ୍ରାଇଭର ଓ କର୍ମଚାରୀ କଲ୍ୟାଣ ପରିଷଦ
ଗଠନ ହେଲା ଓଡିଶା ମୋଟରଯାନ ଡ୍ରାଇଭର ଓ କର୍ମଚାରୀ କଲ୍ୟାଣ ପରିଷଦ

ଗଠନ ହେଲା ଓଡିଶା ମୋଟରଯାନ ଡ୍ରାଇଭର ଓ କର୍ମଚାରୀ କଲ୍ୟାଣ ପରିଷଦ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ରାଜ୍ୟ ସରକାର, ବାଣିଜ୍ୟ ଓ ପରିବହନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଓଡ଼ିଶା ମୋଟରଯାନ ଡ୍ରାଇଭର ଓ କର୍ମଚାରୀ କଲ୍ୟାଣ ପରିଷଦ ଗଠନ କରିଛନ୍ତି । ଏହି ପରିଷଦରେ ଧର୍ମଶାଳା ବିଧାୟକ ପ୍ରଣବ ବଳବନ୍ତରାୟ ଓ ଝାରସୁଗୁଡା ବିଧାୟକ ଦୀପାଳି ଦାସଙ୍କୁ ସଦସ୍ୟ ଭାବେ ମନୋନୀତ କରାଯାଇଛି । ଏହାସହିତ ପରିବହନ ବିଭାଗର ଅଧିକାରୀ, ଗାଡି ମାଲିକ ସଂଘର ପ୍ରତିନିଧି, ଚାଳକ ସଂଘର ପ୍ରତିନିଧି, କର୍ମଚାରୀ ସଂଘର ପ୍ରତିନିଧି ତଥା ସାମାଜିକ କର୍ମୀ ମଧ୍ୟ ପରିଷଦର ସଦସ୍ୟ ରହିବେ । ଜୁନ୍ ୧୨,୨୦୨୩ରେ ମୁଖ୍ୟମନ୍ତ୍ରୀ ଏହି ପରିଷଦ ଗଠନ ପାଇଁ ଘୋଷଣା କରିଥିଲେ । ପରିଷଦ ଡ୍ରାଇଭର ତଥା କର୍ମଚାରୀଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାରଙ୍କୁ ଆବଶ୍ୟକୀୟ ପରାମର୍ଶ ଦେବ ଏବଂ ଡ୍ରାଇଭର ତଥା କର୍ମଚାରୀଙ୍କ କଲ୍ୟାଣ ପାଇଁ ଉଦ୍ଦିଷ୍ଟ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିବ । ଏହି କଲ୍ୟାଣ ପରିଷଦ ଗଠନ ଦ୍ୱାରା ରାଜ୍ୟର ପାଞ୍ଚ ଲକ୍ଷରୁ ଉର୍ଦ୍ଧ୍ୱ ଡ୍ରାଇଭର ଓ କର୍ମଚାରୀ ତଥା ସେମାନଙ୍କ ପରିବାରବର୍ଗ ଉପକୃତ ହେବେ ।

What's Your Reaction?

like

dislike

love

funny

angry

sad

wow