୪ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ 

Jul 25, 2023 - 07:13
Jul 26, 2023 - 07:13
 0  6
୪ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ 
୪ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ 

୪ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ 
ସୋମବାର ସୃଷ୍ଟ ଲଘୁଚାପ କ୍ଷେତ୍ର ମଙ୍ଗଳବାର ଅଧିକ ଘନୀଭୂତ ହୋଇ ପଶ୍ଚିମ- କେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର ଆନ୍ଧ୍ରପ୍ରଦେଶ- ଦକ୍ଷିଣ ଓଡିଶା ଉପକୂଳ ସମୁଦ୍ର ଅଞ୍ଚଳରେ ଏକ ସୁଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେବା ସମ୍ଭାବନା ରହିଛି । କ୍ରମେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ଉତ୍ତର-ଆନ୍ଧ୍ରପ୍ରଦେଶ ଦକ୍ଷିଣ ଓଡିଶା ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି । ସେହିପରି ମୌସୁମୀ ନିମ୍ନଚାପ ରେଖା ମଙ୍ଗଳବାର ରାଜସ୍ଥାନର ଜୈଲସମେରରୁ ବାହାରି କୋଟା, ଗୁନା, ରାୟପୁର, ଭବାନୀପାଟଣା ଏବଂ ପଶ୍ଚିମ କେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡିଶା ଉପକୂଳରେ ସକ୍ରିୟ ସୁଦୃଶଃ ଲଘୁଚାପ କ୍ଷେତ୍ରର କେନ୍ଦ୍ରରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ଗତି କରୁଛି । 
ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ତେବେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ଜୁଲାଇ ୨୬, ବୁଧବାର ଅପରାହ୍ନ ମଧ୍ୟରେ ଓଡ଼ିଶାର ୪ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୧୨ରୁ ୨୦ସେମି)ର ସମ୍ଭାବନା ରହଥିବା ବେଳେ ୮ଟି ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ ସେମି)ର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଦକ୍ଷିଣ ଓଡ଼ିଶାର ଗଞ୍ଜାମ, ଗଜପତି, କୋରାପୁଟ ଓ ମାଲକାନଗିରି ପ୍ରଭୃତି ୪ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

What's Your Reaction?

like

dislike

love

funny

angry

sad

wow