ଦେଶରେ ଶ୍ରେଷ୍ଠତ୍ୱ ପ୍ରତିପାଦନ କରିଥିବା ପଞ୍ଚାୟତିରାଜ ଅନୁଷ୍ଠାନଗୁଡିକ ସମ୍ବର୍ଦ୍ଧିତ 

Jun 28, 2023 - 06:14
Jun 29, 2023 - 06:14
 0  7
ଦେଶରେ ଶ୍ରେଷ୍ଠତ୍ୱ ପ୍ରତିପାଦନ କରିଥିବା ପଞ୍ଚାୟତିରାଜ ଅନୁଷ୍ଠାନଗୁଡିକ ସମ୍ବର୍ଦ୍ଧିତ 
ଦେଶରେ ଶ୍ରେଷ୍ଠତ୍ୱ ପ୍ରତିପାଦନ କରିଥିବା ପଞ୍ଚାୟତିରାଜ ଅନୁଷ୍ଠାନଗୁଡିକ ସମ୍ବର୍ଦ୍ଧିତ 

ଦେଶରେ ଶ୍ରେଷ୍ଠତ୍ୱ ପ୍ରତିପାଦନ କରିଥିବା ପଞ୍ଚାୟତିରାଜ ଅନୁଷ୍ଠାନଗୁଡିକ ସମ୍ବର୍ଦ୍ଧିତ 
ଦେଶରେ ଶ୍ରେଷ୍ଠତ୍ୱ ପ୍ରତିପାଦନ କରିଥିବା ପଞ୍ଚାୟତିରାଜ ଅନୁଷ୍ଠାନଗୁଡିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଛନ୍ତି । ଦେଶରେ ଶ୍ରେଷ୍ଠ ଜିଲ୍ଲା ପରିଷଦ ବିବେବିତ ହୋଇଥିବା ଗଞ୍ଜାମକୁ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିବା ସହ ଶ୍ରେଷ୍ଠ ବ୍ଲକ ହିଞ୍ଜିଳିକାଟୁ, ଗଞ୍ଜାମର ୫ ଓ ସୁନ୍ଦରଗଡ଼ର ଗୋଟିଏ ପଞ୍ଚାୟତକୁ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିଛନ୍ତି । ସମ୍ବର୍ଦ୍ଧିତ ହୋଇଥିବା ପଞ୍ଚାୟତଗୁଡିକ ହେଲା ଗଞ୍ଜାମର କଞ୍ଚୁରୁ, ଶାସନ, ଆମ୍ବଗାଁ, କୁଲାଡ ଓ ଆଙ୍କୁଲି । ସେହିପରି ସୁନ୍ଦରଗଡ଼ ଜିଲ୍ଲାର ବଣାଇଁଗଡ଼ ପଞ୍ଚାୟତ ସମ୍ବର୍ଦ୍ଧିତ ହୋଇଛି ।
ସମ୍ବର୍ଦ୍ଧନା ଉତ୍ସବରେ ମୁଖ୍ୟମନ୍ତ୍ରୀ ଆମ ପଞ୍ଚାୟତ ସେବା ପୋର୍ଟାଲ (OSR) ଓ ସାମାଜିକ ସମୀକ୍ଷା ପୋର୍ଟାଲର ଶୁଭାରମ୍ଭ କରିଥିଲେ । ଏହି ଅବସରରେ ଦେଶରେ ଶ୍ରେଷ୍ଠତ୍ୱ ପ୍ରତିପାଦନ କରି ରାଜ୍ୟକୁ ଗର୍ବିତ କରିଥିବା ପଞ୍ଚାୟତିରାଜ ଅନୁଷ୍ଠାନଗୁଡିକ ପାଇଁ ମୁଖ୍ୟମନ୍ତ୍ରୀ ଆର୍ଥିକ ପ୍ରୋତ୍ସାହନ ଘୋଷଣା କରିଛନ୍ତି । ଘୋଷଣା ଅନୁଯାୟୀ ଗଞ୍ଜାମ ଜିଲ୍ଲା ପରିଷଦକୁ ୩୦ କୋଟି, ପ୍ରଥମ ସ୍ଥାନ ଅଧିକାର କରିଥିବା ହିଞ୍ଜିଳିକାଟୁ ପଞ୍ଚାୟତ ସମିତିକୁ ୧୨ କୋଟି ଟଙ୍କା ପୁରସ୍କାର ପ୍ରଦାନ କରାଯାଇଛି । ଦ୍ୱିତୀୟ ସ୍ଥାନ ହାସଲ କରିଥିବା ହିଞ୍ଜିଳିକାଟୁ ବ୍ଲକର କାଞ୍ଚୁରୁ ପଞ୍ଚାୟତ, ଭଞ୍ଜନଗର ବ୍ଲକର କୁଲଦା ପଞ୍ଚାୟତ, ହିଞ୍ଜିଳିକାଟୁର ଶାସନ ଆମ୍ବଗାଁ ଓ ପାତ୍ରପୁର ବ୍ଲକର ଆଙ୍କୁଲି ପଞ୍ଚାୟତକୁ ୨ କୋଟି ୨୫ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ଦିଆଯାଇଛି । ତୃତୀୟ ସ୍ଥାନ ହାସଲ କରିଥିବା ସୁନ୍ଦରଗଡ ବଣାଇ ବ୍ଲକର ବଣାଇଗଡ ପଞ୍ଚାୟତକୁ ୧ କୋଟି ଟଙ୍କା ପୁରସ୍କାର ଦିଆଯାଇଛି । ସମୁଦାୟ ୭ଟି ପଞ୍ଚାୟତିରାଜ ଅନୁଷ୍ଠାନକୁ ୫୨ କୋଟି ଟଙ୍କାର ପୁରସ୍କାର ଦିଆଯାଇଛି ।

What's Your Reaction?

like

dislike

love

funny

angry

sad

wow