ଶିମିଳିପାଳ ସୁରକ୍ଷାରେ ନିୟୋଜିତ ହେବେ ପୁଲିସ ଫୋର୍ସ

Jul 3, 2023 - 09:57
Jul 4, 2023 - 09:57
 0  5
ଶିମିଳିପାଳ ସୁରକ୍ଷାରେ ନିୟୋଜିତ ହେବେ ପୁଲିସ ଫୋର୍ସ
ଶିମିଳିପାଳ ସୁରକ୍ଷାରେ ନିୟୋଜିତ ହେବେ ପୁଲିସ ଫୋର୍ସ

ଶିମିଳିପାଳ ସୁରକ୍ଷାରେ ନିୟୋଜିତ ହେବେ ପୁଲିସ ଫୋର୍ସ
ବନ କର୍ମଚାରୀଙ୍କ ଆନ୍ଦୋଳନ ଯୋଗୁଁ ୩ ପ୍ଲାଟୁନ୍ ପୁଲିସ ଫୋର୍ସଙ୍କୁ ଶିମିଳିପାଳ ଅଭୟାରଣ୍ୟ ସୁରକ୍ଷା ଦାୟିତ୍ୱରେ ନିୟୋଜିତ କରାଯାଇଛି । ସୂଚନାଯୋଗ୍ୟ, ଶିମିଳିପାଳ ଅଭୟାରଣ୍ୟରେ ଶିକାରୀଙ୍କ ଗୁଳିରେ ଦୁଇ ବନ କର୍ମଚାରୀଙ୍କର ମୃତ୍ୟୁ ପରେ କର୍ମଚାରୀମାନେ ଆନ୍ଦୋଳନାତ୍ମକ ପନ୍ଥା ଆପଣାଇଛନ୍ତି । ଜୁନ ୨୩ରୁ ଓଡିଶା ଅଣଗେଜେଟେଡ୍ ବନସେବା ସଂଘ ଡାକରାରେ ୨୪୧ ବନ କର୍ମଚାରୀ ଆନ୍ଦୋଳନରତ ଥିବା ବେଳେ ଜୁଲାଇ ୧ରୁ ୭ ଦଫା ଦାବିରେ ୬ଶହ ପ୍ରୋଟେକ୍ସନ ଆସିଷ୍ଟାଣ୍ଟ କାର୍ଯ୍ୟବନ୍ଦ ଆନ୍ଦୋଳନ ଆରମ୍ଭ କରିଛନ୍ତି । ଏ ସମ୍ପର୍କରେ ଶିମିଳିପାଳ ଭାରପ୍ରାପ୍ତ କ୍ଷେତ୍ର ନିର୍ଦ୍ଦେଶକ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଜଣାଇବା ପରେ ମୁଖ୍ୟ ଶାସନ ସଚିବ ଶିମିଳିପାଳ ସୁରକ୍ଷା ପାଇଁ ୩ ପ୍ଲାଟୁନ୍ ପୁଲିସ ଫୋର୍ସ ନିୟୋଜିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

What's Your Reaction?

like

dislike

love

funny

angry

sad

wow