ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଜୋରଦାର ପ୍ରସ୍ତୁତି

Jul 24, 2023 - 09:13
Jul 25, 2023 - 09:13
 0  5
ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଜୋରଦାର ପ୍ରସ୍ତୁତି
ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଜୋରଦାର ପ୍ରସ୍ତୁତି

ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଜୋରଦାର ପ୍ରସ୍ତୁତି
ମଙ୍ଗଳବାର ଠାରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ତିନିଦିନିଆ ଓଡ଼ିଶା ଗସ୍ତ ଆରମ୍ଭ ହେବ । ରାଷ୍ଟ୍ରପତି ବାୟୁସେନାର ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱରରେ ପହଞ୍ଚିବା ପରେ ରାଜଭବନ ଯିବେ । ସେଠାରେ ରାଜ୍ୟର ଆଦିମ ଜନଜାତି ସମୁଦାୟର ପ୍ରତିନିଧିମାନଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ବୁଧବାର (ଜୁଲାଇ ୨୬)ରେ ରାଷ୍ଟ୍ରପତି କଟକ ଚଣ୍ଡୀମନ୍ଦିର ଠାରେ ପୂଜାର୍ଚ୍ଚନା କରିବା ସହ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ବାସଭବନ ଓ ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ପରିଦର୍ଶନ କରିବେ । ପରେ ଓଡ଼ିଶା ହାଇକୋର୍ଟର ୭୫ତମ ପ୍ରତିଷ୍ଠା ଦିବସ ସମାରୋହ, କଟକସ୍ଥିତ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ ଏବଂ ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲର ବାର୍ଷିକ ଉତ୍ସବରେ ସାମିଲ ହେବେ । ଜୁଲାଇ ୨୭ରେ ରାଷ୍ଟ୍ରପତି ତମାଣ୍ଡୋ, ଭୁବନେଶ୍ୱରର ଦଶବାଟିଆ ଠାରେ ବ୍ରହ୍ମକୁମାରୀ କେନ୍ଦ୍ର ଲାଇଟ୍ ହାଉସ୍ କମ୍ପ୍ଲେକ୍ସ ଶିଳାନ୍ୟାସ କରିବା ପରେ ଭଦ୍ରକ ଗସ୍ତ କରି ଭଦ୍ରକ ଅଟୋନୋମସ କଲେଜର ହୀରକ ଜୟନ୍ତୀ ସମାରୋହରେ ଯୋଗ ଦେଇ ନୂଆଦିଲ୍ଲୀ ଫେରିଯିବେ । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ କମିଶନରେଟ ପୁଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି । ରାଷ୍ଟ୍ରପତିଙ୍କ ସୁରକ୍ଷା ପାଇଁ ୪୦ ପ୍ଲାଟୁନ୍ ପୁଲିସ ମୁତୟନ ହେବେ ।  ରାଷ୍ଟ୍ରପତିଙ୍କ କାରକେଡ ଦାୟିତ୍ୱରେ ଆରକ୍ଷୀ ଅଧୀକ୍ଷକ (ଏସପି) ସ୍ତରର ଜଣେ ଅଧିକାରୀ ରହିବେ ବୋଲି ଭୁବନେଶ୍ୱର ଡିସିପି ସୂଚନା ଦେଇଛନ୍ତି । ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ସୋମବାର ଫୁଲ କାରକେଡ ରିହର୍ସାଲ କରାଯାଇଛି ।

What's Your Reaction?

like

dislike

love

funny

angry

sad

wow