ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରସ୍ତୁତି ଚୂଡାନ୍ତ

Jun 19, 2023 - 02:02
Jun 20, 2023 - 02:02
 0  601
ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରସ୍ତୁତି ଚୂଡାନ୍ତ
ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରସ୍ତୁତି ଚୂଡାନ୍ତ

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରସ୍ତୁତି ଚୂଡାନ୍ତ
ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ରାଜ୍ୟ ସରକାର, ପୁରୀ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ମଙ୍ଗଳବାର ପୂର୍ବାହ୍ନ ସାଢ଼େ ୯ଟାରେ ଶ୍ରୀଜିଉମାନଙ୍କର ପହଣ୍ଡି ଆରମ୍ଭ ହେବ । ପ୍ରଭୁ ସୁଦର୍ଶନ, ବଡ଼ ଭାଇ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ସହିତ ମହାପ୍ରଭୁ ଶ୍ରୀଜଗନ୍ନାଥ ଗୋଟି ପହଣ୍ଡିରେ ଆସି ରଥ ଉପରେ ବିରାଜମାନ କରିବେ । ପହଣ୍ଡି ଦିନ ସାଢ଼େ ୧୨ଟା ସୁଦ୍ଧା ଶେଷ କରିବାକୁ ଲକ୍ଷ୍ୟ ରହିଛି । ସେହିପରି ଶ୍ରୀଗୁଣ୍ଡିଚା ଅଭିମୁଖେ ତିନି ରଥ ଅପରାହ୍ନ ୪ଟାରେ ଗଡ଼ିବ । ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ (ନୀତି) ପକ୍ଷରୁ ସୂଚନା ଦିଆଯାଇଛି ଯେ, ରଥଯାତ୍ରା ପାଇଁ ନୀତି ନିର୍ଘଣ୍ଟ ପ୍ରସ୍ତୁତି ହୋଇସାରିଛି। ଶ୍ରୀଗୁଣ୍ଡିଚା ଯାତ୍ରା ଅବସରରେ ମଙ୍ଗଳବାର ସକାଳ ୬ଟାରେ ମହାପ୍ରଭୁଙ୍କ ମଙ୍ଗଳ ଆଳତି ହେବ । ୬ଟା ୧୦ରେ ମଇଲମ, ୬ଟା ୩୦ରେ ତଡ଼ପ ଲାଗି, ରୋଷହୋମ ଓ ୭ଟାରେ ଅବକାଶ ପରେ ୭ଟା ୧୦ରେ ସୂର୍ଯ୍ୟପୂଜା, ସାଢ଼େ ୭ଟାରେ ଦ୍ୱାରପାଳ ପୂଜା ଏବଂ ବେଶ ଶେଷ କରାଯିବ । ସେହିପରି ପୂର୍ବାହ୍ନ ୮ଟାରୁ ୯ଟା ଯାଏଁ ଗୋପାଳ ବଲ୍ଲଭ ଓ ସକାଳ ଧୂପ (ଖେଚୁଡି ଭୋଗ) ନୀତି ପରେ ୯ଟା୧୫ରେ ମଙ୍ଗଳାର୍ପଣ କରାଯିବ। ପହଣ୍ଡି ସରିବା ପରେ ଦିନ ୧୨ଟା ୩୦ରୁ ଅପରାହ୍ନ ଗୋଟାଏ ପର୍ଯ୍ୟନ୍ତ ଶ୍ରୀ ଶ୍ରୀ ମଦନମୋହନ, ଶ୍ରୀଶ୍ରୀ ରାମ ଓ ଶ୍ରୀଶ୍ରୀ କୃଷ୍ଣ ବିଜେ, ୧ଟା ୩୦ରୁ ୨ଟା ୩୦ ପର୍ଯ୍ୟନ୍ତ ଚିତାଲାଗି, ବେଶ ଶେଷ ହେବ । ୨ଟା ୩୦ରୁ ୩ଟା ୩୦ ଯାଏଁ ଛେରାପହଁରା, ୩ଟାରୁ ୪ଟା ପର୍ଯ୍ୟନ୍ତ ଚାରମାଳ ଫିଟା, ଘୋଡ଼ା ଓ ସାରଥୀ ଲଗାଯିବ।

What's Your Reaction?

like

dislike

love

funny

angry

sad

wow