ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ପ୍ରସ୍ତୁତି ବୈଠକ

Jul 17, 2023 - 07:41
Jul 18, 2023 - 07:41
 0  7
ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ପ୍ରସ୍ତୁତି ବୈଠକ
ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ପ୍ରସ୍ତୁତି ବୈଠକ

ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ପ୍ରସ୍ତୁତି ବୈଠକ
ଜୁଲାଇ ୨୫ରୁ ୨୭ ପର୍ଯ୍ୟନ୍ତ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କର ଓଡିଶା ଗସ୍ତ ଏବଂ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନ ପରିପ୍ରେକ୍ଷୀରେ ସୋମବାର ପୂର୍ବାହ୍ନରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂ ରାଷ୍ଟ୍ରପତିଙ୍କ ଓଡିଶା କାର୍ଯ୍ୟକ୍ରମଗୁଡିକ ସମ୍ପର୍କରେ ସୂଚନା ଦେଇଥିଲେ । ଗୃହ ବିଭାଗ ସ୍ୱତନ୍ତ୍ର ଶାସନ ସଚିବ ସନ୍ତୋଷ ବାଲା ପ୍ରସ୍ତୁତି ସଂପର୍କରେ ସୂଚନା ପ୍ରଦାନ କରିଥିଲେ ।

What's Your Reaction?

like

dislike

love

funny

angry

sad

wow