ଗଂଜାମ ବସ୍ ଦୁର୍ଘଟଣା ମୃତକଙ୍କ ପାଇଁ ଶୋକ ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ 

Jun 26, 2023 - 21:10
 0  10
ଗଂଜାମ ବସ୍ ଦୁର୍ଘଟଣା ମୃତକଙ୍କ ପାଇଁ ଶୋକ ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ 
ଗଂଜାମ ବସ୍ ଦୁର୍ଘଟଣା ମୃତକଙ୍କ ପାଇଁ ଶୋକ ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ 

ଗଂଜାମ ବସ୍ ଦୁର୍ଘଟଣା ମୃତକଙ୍କ ପାଇଁ ଶୋକ ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ 
ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଠାରେ ଘଟିଥିବା ମର୍ମନ୍ତୁଦ ବସ ଦୁର୍ଘଟଣାର ମୃତକଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୋକ ବ୍ୟକ୍ତ କରିବା ସହ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ)ରୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି । ଦିଗପହଣ୍ଡି ବସ ଦୁର୍ଘଟଣାର ମୃତକଙ୍କ ନିକଟତମ ଆତ୍ମୀୟଙ୍କୁ ଦୁଇ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା ହୋଇଛି । ସେହିପରି ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରାଯିବ ବୋଲି ପ୍ରଧାନମନ୍ତ୍ରୀ ସୂଚନା ଦେଇଛନ୍ତି । ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିଗପହଣ୍ଡି ବସ୍ ଦୁର୍ଘଟଣାର ମୃତକ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଅନୁକମ୍ପାମୂଳକ ସହାୟତା ଘୋଷଣା କରି ସାରିଛନ୍ତି । ମୃତକମାନଙ୍କ ନିକଟତମ ଆତ୍ମୀୟଙ୍କୁ ତିନି ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯିବ । ସେହିପରି ଆହତମାନଙ୍କୁ ଉପଯୁକ୍ତ ଚିକିତ୍ସା ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଉଲ୍ଲେଖଯୋଗ୍ୟ, ଗଞ୍ଜାମ ଜିଲ୍ଲାର ଦିଗପହଣ୍ଡି ଅନ୍ତର୍ଗତ କଲେଜ ଛକ ନିକଟରେ ଗତ ରବିବାର ବିଳମ୍ବିତ ରାତିରେ ବାହାଘର ଭୋଜି ଖାଇ ଫେରୁଥିବା ଏକ ଘରୋଇ ମିନି ବସ ସହ ଓଏସଆରଟିସି ବସର ମୁହାଁମୁହଁ ଧକ୍କା ହୋଇଥିଲା । ଦୁର୍ଘଟଣାରେ ୧୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୮ ଜଣ ଗୁରୁତର ଅଛନ୍ତି ।

What's Your Reaction?

like

dislike

love

funny

angry

sad

wow