ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା

Aug 23, 2023 - 22:18
 0  7
ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା

ଭୁବନେଶ୍ବର- ତା.୨୩.୦୮: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଏକ ପ୍ରତିନିଧି ଦଳ ବିଶିଷ୍ଠ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କୁ ଆଜି ସାକ୍ଷାତ କରିଛନ୍ତି । ଶ୍ରୀ ପଟ୍ଟନାୟକ ଅସୁସ୍ଥ ହୋଇ ଏକ ଘରୋଇ ହସପିଟାଲରେ ଚିକିତ୍ସିତ ହେଉଛନ୍ତି । ଏହି ଦଳ ତାଙ୍କର ଆଶୁ ଆରୋଗ୍ୟ କାମନା କରି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ବାର୍ତ୍ତା ଜଣାଇବା ସହ ଏକ ଲକ୍ଷ ଟଙ୍କାର ଏକ ଚେକ ଚିକିତ୍ସା ସହାୟତା ନିମନ୍ତେ ପ୍ରଦାନ କରିଛନ୍ତି । 

ଉକ୍ତ ପ୍ରତିନିଧି ଦଳରେ ଓଡିଆ ଚଳଚ୍ଚିତ୍ର ଉନ୍ନୟନ ନିଗମ ଅଧ୍ୟକ୍ଷ ଶ୍ରୀ ସତ୍ୟବ୍ରତ ତ୍ରିପାଠୀ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ନିର୍ଦ୍ଦେଶକ ଶ୍ରୀ ଦିଲୀପ ରାଉତରାଏ, ବିଭାଗୀୟ ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ସୁବୋଧ ଆଚାର୍ଯ୍ୟ, ଓଡିଶା ସଙ୍ଗୀତ ନାଟକ ଏକାଡେମୀ ସଚିବ ଶ୍ରୀ ପ୍ରବୋଧ ରଥ ପ୍ରମୁଖ ସାମିଲ ଥିଲେ ।

ଅନେକ ମନଛୁଆଁ ଓଡ଼ିଆ ଗୀତର ସ୍ରଷ୍ଟା, ଗାୟକ ତଥା ବିଶିଷ୍ଟ ସଂସ୍କୃତି ପ୍ରେମୀ ପ୍ରଣବ ପଟ୍ଟନାୟକ ପ୍ରତ୍ୟେକ ଓଡ଼ିଆ ପ୍ରାଣରେ ଏକ ବିଶେଷ ସ୍ଥାନର ଅଧିକାରୀ। ସରକାରଂକ ଏହି ଶୁଭେଚ୍ଛା ଏବଂ ସାହାଯ୍ୟ ଶ୍ରୀ ପଟ୍ଟନାୟକଙ୍କ ଶୀଘ୍ର ଆରୋଗ୍ୟ ପାଇଁ ଫଳପ୍ରଦ ହେବ ବୋଲି ଆଶା ଓ ବିଶ୍ବାସ।

What's Your Reaction?

like

dislike

love

funny

angry

sad

wow