ସାମାଜିକ ସୁରକ୍ଷା କଲ୍ୟାଣ ଯୋଜନାରେ ଆଉ ୫୦ଟି ବର୍ଗ ସାମିଲ୍‌

Aug 2, 2023 - 07:48
Aug 3, 2023 - 07:48
 0  4
ସାମାଜିକ ସୁରକ୍ଷା କଲ୍ୟାଣ ଯୋଜନାରେ ଆଉ ୫୦ଟି ବର୍ଗ ସାମିଲ୍‌
ସାମାଜିକ ସୁରକ୍ଷା କଲ୍ୟାଣ ଯୋଜନାରେ ଆଉ ୫୦ଟି ବର୍ଗ ସାମିଲ୍‌

ସାମାଜିକ ସୁରକ୍ଷା କଲ୍ୟାଣ ଯୋଜନାରେ ଆଉ ୫୦ଟି ବର୍ଗ ସାମିଲ୍‌
ଅସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା ପରିଷଦର କଲ୍ୟାଣ ଯୋଜନରାରେ ଆଉ ୫୦ ବର୍ଗର ଅଣସଂଗଠିତ କର୍ମଚାରୀ ସାମିଲ ହୋଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ କ୍ରମେ (୧) ଦରଜୀ, ଏମ୍ବ୍ରୋଡୋରୀ କାରିଗର, (୨) ବାରିକ, ସ୍ପା, ସେଲୁନ ଓ ବିଉଟି ପାର୍ଲୋରରେ କାମ କରୁଥିବା କର୍ମଚାରୀ, (୩) ମହାରଣା, (୪) ମତ୍ସ୍ୟଜୀବୀ, (୫) କମାର, (୬) ରେଳବାଇ କୁଲି, (୭) ମାଲ ଲୋଡିଂ ଏବଂ ଅନ୍‌ଲୋଡିଂରେ ନିୟୋଜିତ ଶ୍ରମିକ ତଥା ମୁଣ୍ଡରେ ବୋଝ ବୋହୁଥିବା ଶ୍ରମିକ, (୮) କୁମ୍ଭାର, (୯) ପଥର ଶିଳ୍ପୀ ଏବଂ ସହାୟକ, (୧୦) ଜରି ଗୋଟାଳି, (୧୧) ପରିମଳ କର୍ମଚାରୀ, (୧୨) ରଜକ/ ଲଣ୍ଡ୍ରୀ ଓ ଡ୍ରାଏ କ୍ଲିନର କର୍ମଚାରୀ, (୧୩) ବୁଣାକାର, ହସ୍ତଶିଳ୍ପ ଓ ହସ୍ତତନ୍ତ କାରିଗର, (୧୪) କତା ଶିଳ୍ପ ଶ୍ରମିକ, (୧୫) ଲୋକକଳା କଳାକାର, (୧୬) ଚିତ୍ରଶିଳ୍ପୀ/ପଟ୍ଟଚିତ୍ର ଶିଳ୍ପୀ, (୧୭) ମାଂସ କଟାଳି, (୧୮) ରତ୍ନ ପଥର ତଥା ସୁନାରୂପା କାରିଗର, (୧୯) ହୋଟେଲ, ରେଷ୍ଟୁରାଣ୍ଟ ଓ ଢାବାରେ କାର୍ଯ୍ୟରତ ଶ୍ରମିକ, (୨୦) ଫଟୋଗ୍ରାଫର ଓ ଭିଡିଓଗ୍ରାଫର, (୨୧) ୱେଲ୍‌ଡିଂ କାରିଗର, ୱେଲ୍‌ଡିଂ ସହାୟକ, (୨୨) ଇଲେକ୍ଟ୍ରିସିଆନ, (୨୩) ପାଣି ପାଇପ ମିସ୍ତ୍ରୀ, (୨୪) ରଙ୍ଗ ପ୍ରସ୍ତୁତକାରୀ, (୨୫) ମେକାନିକାଲ ଓ ଇଲେକ୍ଟ୍ରିକାଲ ଯନ୍ତ୍ରାଂଶ ମରାମତି କର୍ମଚାରୀ, (୨୬) ମାଳି, (୨୭) ଆସବାବପତ୍ର ମରାମତିରେ ନିୟୋଜିତ ଶ୍ରମିକ, (୨୮) ତେଜରାତି ଓ ପରିବା ଦୋକାନରେ କାର୍ଯ୍ୟରତ ସହାୟକ ପ୍ରମୁଖ ଏଥିରେ ସାମିଲ ହୋଇଛନ୍ତି । ପରିଷଦରେ ପଞ୍ଜିକୃତ ଶ୍ରମିକଙ୍କୁ ଦୁର୍ଘଟଣାଜନିତ ମୃତ୍ୟୁ ସହାୟତା ରାଶି ୨ ଲକ୍ଷରୁ ୪ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି । ସେହିପରି ସ୍ୱାଭାବିକ ମୃତ୍ୟୁ କ୍ଷେତ୍ରରେ ସହାୟତା ରାଶି ୨ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି । ବର୍ତ୍ତମାନ ପରିଷଦ ମାଧ୍ୟମରେ ପ୍ରାୟ ୩.୬୫ ଲକ୍ଷ ପଞ୍ଜୀକୃତ ଶ୍ରମିକ ସୁବିଧା ପାଉଛନ୍ତି ।

What's Your Reaction?

like

dislike

love

funny

angry

sad

wow