ମୋ ଜଙ୍ଗଲ ଜମି ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

Aug 9, 2023 - 08:11
Aug 10, 2023 - 08:11
 0  5
ମୋ ଜଙ୍ଗଲ ଜମି ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ମୋ ଜଙ୍ଗଲ ଜମି ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ମୋ ଜଙ୍ଗଲ ଜମି ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ମୋ ଜଙ୍ଗଲ ଜମି ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଶ୍ଵ ଦେଶଜ ଅଧିବାସୀ ଦିବସ ଅବସରରେ ବୁଧବାର ଏହି ଯୋଜନାର ଶୁଭାରମ୍ଭ କରିବା ଅବସରରେ ସମସ୍ତଙ୍କ ସହଯୋଗରେ ଜନଜାତିଙ୍କ ବିକାଶ କ୍ଷେତ୍ରରେ ଏହି ଯୋଜନା ଏକ ମାଇଲଷ୍ଟୋନ ସୃଷ୍ଟି କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି । ଜଙ୍ଗଲ ଜମି ଉପରେ ସମସ୍ତ ଯୋଗ୍ୟ ବ୍ୟକ୍ତିଗତ ଓ ଗୋଷ୍ଠୀଗତ ଅଧିକାରକୁ ସୁନିଶ୍ଟିତ କରିବା ଏହି ଯୋଜନାର ଲକ୍ଷ୍ୟ । ଏହାସହିତ ସମସ୍ତ ଉନ୍ନୟନମୂଳକ କାର୍ଯ୍ୟକ୍ରମଗୁଡିକୁ ଏହି ଯୋଜନା ସହିତ ଯୋଡି ଜନଜାତି ମାନଙ୍କ ଜୀବିକାରେ ସ୍ଥାୟିତ୍ୱ ସୃଷ୍ଟି କରିବା ପାଇଁ ପଦକ୍ଷେପ ଗ୍ରହଣ କରାଯିବ । ସର୍ଭେ ହୋଇ ନ ଥିବା ଜଙ୍ଗଲ ଗାଁ ଗୁଡିକୁ ରାଜସ୍ୱ ଗ୍ରାମର ମାନ୍ୟତା ପ୍ରଦାନ କରାଯିବ ।

What's Your Reaction?

like

dislike

love

funny

angry

sad

wow