ଭୁବନେଶ୍ୱରରେ ଜାତୀୟ ପତାକା ଉତ୍ତୋଳନ କରିବେ ମୁଖ୍ୟମନ୍ତ୍ରୀ

Aug 10, 2023 - 07:27
Aug 11, 2023 - 07:27
 0  5
ଭୁବନେଶ୍ୱରରେ ଜାତୀୟ ପତାକା ଉତ୍ତୋଳନ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱରରେ ଜାତୀୟ ପତାକା ଉତ୍ତୋଳନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱରରେ ଜାତୀୟ ପତାକା ଉତ୍ତୋଳନ କରିବେ ମୁଖ୍ୟମନ୍ତ୍ରୀ
୭୭ତମ ସ୍ୱାଧୀନତା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରସ୍ଥିତ ମହାତ୍ମାଗାନ୍ଧୀ ମାର୍ଗରେ ଜାତୀୟ ପତାକା ଉତ୍ତୋଳନ କରିବେ । ସେହିପରି କନ୍ଧମାଳ ଜିଲ୍ଲାର ଫୁଲବାଣୀରେ ଅନୁସୂଚିତ ଜାତି ଓ ଜନଜାତି ମନ୍ତ୍ରୀ ଜଗନ୍ନାଥ ସାରକା, ପୁରୀରେ ସ୍ୱାସ୍ଥ୍ୟମନ୍ତ୍ରୀ ନିରଂଜନ ପୂଜାରୀ, କୋରାପୁଟରେ କୃଷି ଓ ମତ୍ସ୍ୟ ସଂପଦ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଗଂଜାମର ମୁଖ୍ୟାଳୟ ଛତ୍ରପୁରରେ ଜଙ୍ଗଲ, ପରିବେଶ ଓ ପଂଚାୟତିରାଜ ମନ୍ତ୍ରୀ ପ୍ରଦୀପ ଅମାତ, ବରଗଡ଼ରେ ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ, ସମ୍ବଲପୁରରେ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ, କେନ୍ଦୁଝରରେ ଇସ୍ପାତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ଅନୁଗୁଳରେ ଶକ୍ତି ମନ୍ତ୍ରୀ ପ୍ରତାପ କେଶରୀ ଦେବ, ରାୟଗଡ଼ାରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଜାତୀୟ ପତାକା ଉତ୍ତୋଳନ କରିବେ । ଏହାସହିତ ଜଗତସିଂହପୁରରେ ପରିବହନ ମନ୍ତ୍ରୀ ଟୁକୁନି ସାହୁ, ବଲାଙ୍ଗୀରରେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ସୁନ୍ଦରଗଡ଼ରେ ଯୋଜନା ଓ ସମନ୍ବୟ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ, କଟ‌କରେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ବାଲେଶ୍ୱରରେ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଣି, ଝାରସୁଗୁଡ଼ାରେ ଶ୍ରମମନ୍ତ୍ରୀ ସାରଦା ନାୟକ, ମୟୂରଭଂଜରେ ପର୍ଯ୍ୟଟନ ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ର, କଳାହାଣ୍ଡି ଜିଲ୍ଲା ମୁଖ୍ୟାଳୟ ଭବାନୀପାଟଣାରେ ମନ୍ତ୍ରୀ ପ୍ରୀତିରଂଜନ ଘଡେଇ, ମାଲକାନଗିରିରେ କ୍ରୀଡ଼ା ଓ ଯୁବ ସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା, ସୋନପୁରରେ ହସ୍ତତନ୍ତ ମନ୍ତ୍ରୀ ରିତା ସାହୁ, ଢେଙ୍କାନାଳରେ ମିଶନ ଶକ୍ତି ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ, ବ୍ରହ୍ମପୁରରେ ଦକ୍ଷିଣାଂଚଳ ରାଜସ୍ୱ କମିଶନର , ରାଉରକେଲାରେ ଉତ୍ତରାଂଚଳ ରାଜସ୍ୱ କମିଶନର, ଭଦ୍ରକ, ବୌଦ୍ଧ, ଦେବଗଡ଼, ଗଜପତି, ଯାଜପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ନୂଆପଡ଼ା, ନବରଂଗପୁର ଓ ନୟାଗଡ଼ରେ ସ୍ଥାନୀୟ ଜିଲ୍ଲାପାଳମାନେ ଜାତୀୟ ପତାକା ଉତ୍ତୋଳନ କରିବେ ।

What's Your Reaction?

like

dislike

love

funny

angry

sad

wow