ଦୁଇଦିନିଆ ଓଡିଶା ଗସ୍ତରେ ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ

Aug 3, 2023 - 09:09
Aug 4, 2023 - 09:10
 0  6
ଦୁଇଦିନିଆ ଓଡିଶା ଗସ୍ତରେ ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ
ଦୁଇଦିନିଆ ଓଡିଶା ଗସ୍ତରେ ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ

ଦୁଇଦିନିଆ ଓଡିଶା ଗସ୍ତରେ ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ
କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଠାରୁ ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି । ଶୁକ୍ରବାର ରାତି ୧୦ଟା ୪୦ ମିନିଟରେ ସେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ହୋଟେଲ ମେ ଫେୟାରରେ ରାତ୍ରିଯାପନ କରିବେ । ଶନିବାର ଦିନ ୧୧ଟାରୁ ୧୨ଟା ଯାଏଁ ଜାତୀୟ ରାଜପଥ ପ୍ରକଳ୍ପ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗ ଦେବେ । ଦିନ ୧୨ଟାରୁ ସାଢ଼େ ୧୨ଟା ୩୦ ପର୍ଯ୍ୟନ୍ତ ନକ୍ସଲ ଦମନ ପଦକ୍ଷେପ ଓ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ବୈଠକରେ ଯୋଗ ଦେବେ । ପରେ ୧: ୨୦ ମିନିଟରେ ବିଜେପି ପାର୍ଟି ଅଫିସରେ ମଧ୍ୟାହ୍ନ ଭୋଜନ କରିବା ପରେ ଅପରାହ୍ନ ୨ଟା ରୁ ୫ଟା ପର୍ଯ୍ୟନ୍ତ ଦଳୀୟ କର୍ମକର୍ତ୍ତା ଓ ବରିଷ୍ଠ ନେତୃବୃନ୍ଦଙ୍କ ସହ ରୁଦ୍ଧଦ୍ୱାର ବୈଠକ କରିବେ । ସନ୍ଧ୍ୟା ୬ଟାରେ ଭୁବନେଶ୍ୱର ଛାଡିବା ପୂର୍ବରୁ ବିମାନବନ୍ଦର ଲାଉଞ୍ଜରେ ଏକ ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

What's Your Reaction?

like

dislike

love

funny

angry

sad

wow