ଭିନ୍ନକ୍ଷମଙ୍କ ପାଇଁ ଦୁଇଟି ଧନ୍ଦାମୂଳକ ଉଚ୍ଚ ବିଦ୍ୟାଳୟ ଲୋକାର୍ପିତ 

Jul 3, 2023 - 10:04
Jul 4, 2023 - 10:05
 0  6
ଭିନ୍ନକ୍ଷମଙ୍କ ପାଇଁ ଦୁଇଟି ଧନ୍ଦାମୂଳକ ଉଚ୍ଚ ବିଦ୍ୟାଳୟ ଲୋକାର୍ପିତ 
ଭିନ୍ନକ୍ଷମଙ୍କ ପାଇଁ ଦୁଇଟି ଧନ୍ଦାମୂଳକ ଉଚ୍ଚ ବିଦ୍ୟାଳୟ ଲୋକାର୍ପିତ 

ଭିନ୍ନକ୍ଷମଙ୍କ ପାଇଁ ଦୁଇଟି ଧନ୍ଦାମୂଳକ ଉଚ୍ଚ ବିଦ୍ୟାଳୟ ଲୋକାର୍ପିତ 
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ୟୁନିଟ -୩ ସ୍ଥିତ ଭୀମ ଭୋଇ ଦୃଷ୍ଟିହୀନ ସରକାରୀ ଉଚ୍ଚ ବିଦ୍ୟାଳୟ ଓ ବିପିନ ବିହାରୀ ଚୌଧୁରୀ ଶ୍ରୁତିବାଧିତ ସରକାରୀ ଉଚ୍ଚ ବିଦ୍ୟାଳୟକୁ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭାବରେ ଲୋକାର୍ପିତ କରିଛନ୍ତି । ଏହାଦ୍ୱାରା ରାଜ୍ୟର ବିଭିନ୍ନ ପ୍ରାନ୍ତର ଦୃଷ୍ଟି ଓ ଶ୍ରୁତିବାଧିତ ପିଲାମାନେ ଆସି ହଷ୍ଟେଲରେ ରହି ଯୁକ୍ତ ଦୁଇ ପଢ଼ିବାର ସୁଯୋଗ ପାଇ ପାରିବେ । ପୂର୍ବରୁ ଏହି ପିଲାମାନେ ସାଧାରଣ ପିଲାଙ୍କ ପାଇଁ ଉଦ୍ଦିଷ୍ଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଶିକ୍ଷା ଲାଭ କରୁଥିଲେ ଓ ସେଠାରେ ସେମାନଙ୍କ ପାଇଁ ବିଶେଷ ସୁବିଧା ଉପଲବ୍ଧ ନଥିଲା । ଏହି ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିବାକୁ ଧନ୍ଦାମୂଳକ ଶିକ୍ଷାରେ ଆଇଟି ଓ ଆଇଟି ସମ୍ବଳିତ ସେବା ବିଷୟରେ ଶିକ୍ଷାଦାନ ବ୍ୟବସ୍ଥା କରାଯାଇଛି । ଭୀମ ଭୋଇ ଦୃଷ୍ଟିବାଧିତ ସରକାରୀ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କଳା ବିଷୟ ସହିତ ଆଇଟି ଖୋଲାଯାଇଥିବା ବେଳେ ବିପିନ ବିହାରୀ ଚୌଧୁରୀ ଶ୍ରୁତିବାଧିତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବିଜ୍ଞାନ ବିଷୟ ସହିତ ଆଇଟି ଶିକ୍ଷାର ସୁଯୋଗ ସୃଷ୍ଟି କରାଯାଇଛି । ଏହି ଅବସରରେ ଦୃଷ୍ଟିବାଧିତ ପିଲାଙ୍କ ନିମନ୍ତେ ଉଦ୍ଦିଷ୍ଟ ଅଡ଼ିଓ ଷ୍ଟୁଡିଓ ଓ ଶ୍ରୁତିବାଧିତ ପିଲାଙ୍କ ପାଇଁ ଭର୍ଚ୍ୟୁଆଲ ଷ୍ଟୁଡିଓ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଛନ୍ତି । ଏଥିସହିତ ଦୁଇ ବିଦ୍ୟାଳୟର ସମସ୍ତ ପିଲାଙ୍କୁ ନୂଆ ସ୍କୁଲ ବ୍ୟାଗ, ଦୃଷ୍ଟିହୀନ ପିଲାଙ୍କ ପାଇଁ ବ୍ରେଲିସ୍ଲେଟ, ବିଭିନ୍ନ ପ୍ରକାର ଖେଳ ସାମଗ୍ରୀ ବାଣ୍ଟିଛନ୍ତି । ଛାତ୍ରାବାସର ଅନ୍ତେବାସୀଙ୍କ ବ୍ୟବହାର ନିମିତ୍ତ ନୂଆ ବିଛଣା, ଖାଇବା ବାସନ, ଟିଭି, ଫ୍ରିଜ ଆଦି ପ୍ରଦାନ କରଯାଇଛି । ଏହି ଦୁଇ ବିଦ୍ୟାଳୟର ଶିକ୍ଷକ -ଛାତ୍ର ଅନୁପାତ ପ୍ରତି ଦଶ ଜଣ ଛାତ୍ର ପାଇଁ ଜଣେ ଶିକ୍ଷକ ଥିବାବେଳେ ଭୀମ ଭୋଇ ଦୃଷ୍ଟିବାଧିତ ବିଦ୍ୟାଳୟରୁ ଚଳିତ ବର୍ଷ ୧୦ଜଣ ଓ ବିପିନ ବିହାରୀ ଚୌଧୁରୀ ଶ୍ରୁତି ବାଧିତ ବିଦ୍ୟାଳୟରୁ ୧୪ ଜଣ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି । ପିଲାମାନଙ୍କର ନିଃଶୁଳ୍କ ନାମ ଲେଖାର ବ୍ୟବସ୍ଥା କରାଯାଇଛି । ୫-ଟି ରୂପାନ୍ତରଣ କାର୍ଯ୍ୟକ୍ରମରେ ଦୁଇ ବିଦ୍ୟାଳୟରେ ଉପଯୋଗୀ ସ୍ମାର୍ଟ ଶ୍ରେଣୀ ଗୃହ , ଇ -ପାଠାଗାର , ବିଜ୍ଞାନାଗାର, ବିଭିନ୍ନ ଖେଳ ସୁବିଧା ଆଦି କରାଯାଇଛି ।

What's Your Reaction?

like

dislike

love

funny

angry

sad

wow