ନବୀନଙ୍କ ସହ ଆଲୋଚନା କଲେ ଖ୍ୟାତିସଂପନ୍ନ ଉଦ୍ୟୋଗୀ ତଥା ସେଫ୍‌ ବିକାଶ ଖାନ୍ନା, ଓଡିଶାକୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ

Aug 24, 2023 - 19:25
 0  62
ନବୀନଙ୍କ ସହ ଆଲୋଚନା କଲେ ଖ୍ୟାତିସଂପନ୍ନ ଉଦ୍ୟୋଗୀ ତଥା ସେଫ୍‌ ବିକାଶ ଖାନ୍ନା, ଓଡିଶାକୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୪/୮: ଆନ୍ତର୍ଜାତିକ ଖ୍ୟାତିସଂପନ୍ନ ସେଫ୍‌, ଉଦ୍ୟୋଗୀ ତଥା ଲେଖକ ବିକାଶ ଖାନ୍ନା ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହିତ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଆଲୋଚନା କରିଛନ୍ତି ।  ନିକଟରେ ଖାନ୍ନା ସ୍ବାଧୀନତା ଦିବସ ପାଳନ ଅବସରରେ ନିୟୁୟର୍କ ସହରର ଟାଇମ୍‌ସ ସ୍କୋୟାର ଠାରେ ବିଶ୍ବପ୍ରସିଦ୍ଧ କୋଣାର୍କ ଚକ୍ରର ଏକ ପ୍ରତିରୂପ ସ୍ଥାପନ କରି ଚର୍ଚ୍ଚାର ରହିଥିଲେ ।  
ଏହି ଆଲୋଚନା ସମୟରେ ଖାନ୍ନା ଓଡିଶାର କଳା, ସ୍ଥାପତ୍ୟ, ସଂସ୍କୃତି, ଐତିହ୍ୟ ଓ ଖାଦ୍ୟ ପରମ୍ପରାର ଉଚ୍ଚପ୍ରଶଂସା କରିଥିଲେ । ପୁରୀରେ ଶ୍ରୀ ଜଗନ୍ନାଥ ମନ୍ଦିର ପରିଦର୍ଶନ ସମୟରେ ତାଙ୍କର ସୁଖଦ ଆଧ୍ୟାତ୍ମିକ ଅନୁଭୂତି ସଂପର୍କରେ ସେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ପ୍ରକାଶ କରିଥିଲେ।

ବିକାଶ କ୍ଷେତ୍ରରେ ଓଡିଶା ଦ୍ରୁତ ଅଗ୍ରଗତି କରୁଛି ବୋଲି ମତଦେଇ ମୁଖ୍ୟମନ୍ତ୍ରୀଙ୍କ ଦୃଢ ଓ ଦୂରଦୃଷ୍ଟି ସଂପନ୍ନ ନେତୃତ୍ବ ତଥା ମାନବବାଦୀ ଚିନ୍ତାଧାରାର ଉଚ୍ଚପ୍ରଶଂସା କରିଥିଲେ। କୋଣାର୍କ ଚକ୍ର ବିଶ୍ବ  ଏକତାର ପ୍ରତୀକ ବୋଲି ସେ ମତ ଦେଇଥିଲେ। ମୁଖ୍ୟମନ୍ତ୍ରୀ ମଧ୍ୟ ଖାନ୍ନାଙ୍କ ସୃଜନଶୀଳତା ଓ ଔଦ୍ୟୋଗୀକ ମନୋଭାବର ପ୍ରଶଂସା କରିଥିଲେ ଏବଂ ତାଙ୍କୁ ଓଡିଶା ଆସିବାକୁ ନିମନ୍ତ୍ରଣ କରିଥିଲେ I
ଏହି  ଆଲୋଚନା ସମୟରେ  5T ସଚିବ  ଭିକେ ପାଣ୍ଡିଆନ୍ ଉପସ୍ଥିତ ଥିଲେ I

What's Your Reaction?

like

dislike

love

funny

angry

sad

wow