୧୫ ଜିଲ୍ଳାକୁ ୟେଲୋ ୱାର୍ଣ୍ଣିଂ ଜାରି

Aug 12, 2023 - 08:45
Aug 13, 2023 - 08:46
 0  5
୧୫ ଜିଲ୍ଳାକୁ ୟେଲୋ ୱାର୍ଣ୍ଣିଂ ଜାରି
୧୫ ଜିଲ୍ଳାକୁ ୟେଲୋ ୱାର୍ଣ୍ଣିଂ ଜାରି

୧୫ ଜିଲ୍ଳାକୁ ୟେଲୋ ୱାର୍ଣ୍ଣିଂ ଜାରି
ଉତ୍ତର-ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ଓ କେତେକ ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ଏବଂ ବଜ୍ରପାତ ହେବାର ସମ୍ଭାବନା ଥିବା ବେଳେ ମୟୂରଭଞ୍ଜ ଓ ସମ୍ବଲପୁର ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଏହି ସୂଚନା ଅନୁଯାୟୀ ରବିବାର (ଅଗଷ୍ଟ ୧୩) ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଜିଲ୍ଲାର ବିଭିନ୍ନ ସ୍ଥାନ ଏବଂ ଜଗତସିଂହପୁର ଓ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ,ଅନଗୁଳ ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି । କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଏହି କାରଣରୁ ଉକ୍ତ ଅଞ୍ଚଳରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ରାଜ୍ୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ ଜାରି ହେବା ପରେ ସ୍ୱତନ୍ତ୍ର ରିଲିଫ୍ କମିଶନର ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳଙ୍କୁ ‌ପରିସ୍ଥିତିର ମୁକାବିଲା ଲାଗି ଚିଠି ଲେଖିଛନ୍ତି ।

What's Your Reaction?

like

dislike

love

funny

angry

sad

wow