ନିଶା ସମାଜର ଶତ୍ରୁ- ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡିଶା ଗସ୍ତ ଆରମ୍ଭ ହୋଇଛି । ରାଇରଙ୍ଗପୁର ବାଦାମପାହାଡ଼ରେ ପ୍ରସ୍ତୁତ ଅସ୍ଥାୟୀ ହେଲିପ୍ୟାଡ୍‌ରେ ଓହ୍ଲାଇବା ପରେ ରାଜ୍ୟପାଳ ଗଣେଶୀ ଲାଲ ତାଙ୍କୁ ସ୍ୱାଗତ କରିଥିଲେ ।

Jun 5, 2023 - 06:02
 0  314
ନିଶା ସମାଜର ଶତ୍ରୁ- ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡିଶା ଗସ୍ତ ଆରମ୍ଭ ହୋଇଛି । ରାଇରଙ୍ଗପୁର ବାଦାମପାହାଡ଼ରେ ପ୍ରସ୍ତୁତ ଅସ୍ଥାୟୀ ହେଲିପ୍ୟାଡ୍‌ରେ ଓହ୍ଲାଇବା ପରେ ରାଜ୍ୟପାଳ ଗଣେଶୀ ଲାଲ ତାଙ୍କୁ ସ୍ୱାଗତ କରିଥିଲେ । ଏହି ଗସ୍ତ ଅବସରରେ ରାଷ୍ଟ୍ରପତି ମୟୂରଭଞ୍ଜର ହାଟବଦରା ଠାରେ ବ୍ରହ୍ମକୁମାରୀ କେନ୍ଦ୍ରର ‘ନିଶାମୁକ୍ତ ଓଡ଼ିଶା’ ଅଭିଯାନକୁ ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ରାଷ୍ଟ୍ରପତି କହିଛନ୍ତି, ନିଶା ହେଉଛି ଏକ ରୋଗ । ଏହା ସାମାଜିକ, ଆର୍ଥିକ, ଶାରୀରିକ ଏବଂ ମାନସିକ ଅଭିଶାପ । ନିଶା ପରିବାର ଓ ସମାଜରେ ଉତ୍ତେଜନା ସୃଷ୍ଟି କରିଥାଏ । ତେଣୁ ନିଶାର କୁପ୍ରଭାବ ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରିବାର ଆବଶ୍ୟକତା ରହିଛି । ଲୋକମାନେ ନିଶାର କୁପ୍ରଭାବ ବିଷୟରେ ଜାଣିବା ପରେ ଏହାକୁ ନିଶ୍ଚିତ ଭାବେ ଛାଡ଼ିବା ଲାଗି ଚେଷ୍ଟା କରିବେ ବୋଲି ସେ ବିଶ୍ୱାସ ପ୍ରକଟ କରିଥିଲେ ।

What's Your Reaction?

like

dislike

love

funny

angry

sad

wow