ଆଉ ୨ ଦିନ ଭିଜିବ ଓଡ଼ିଶା, ସକ୍ରିୟ ହେଉଛି ଲଘୁଚାପ

Jun 26, 2023 - 12:30
Jun 26, 2023 - 16:59
 0  14
ଆଉ ୨ ଦିନ ଭିଜିବ ଓଡ଼ିଶା, ସକ୍ରିୟ ହେଉଛି ଲଘୁଚାପ

 ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର-ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟ ଘୂର୍ଣ୍ଣିବଳୟ ରବିବାର ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ବେଳେ ଆଜି ସକାଳ ୮ଟା ୩୦ ରୁ ସନ୍ଧ୍ୟା ୫ଟା ୩୦ ମଧ୍ୟରେ ଅନୁଗୁଳ ଠାରେ ସର୍ବାଧିକ ୧୫୨ ମିମି ବର୍ଷା ରେକର୍ଡ କରାଯାଇଛି। ସେହିପରି ବୌଦ୍ଧରେ ୬୨ ମିମି, ଢେଙ୍କାନାଳ ରେ ୫୭ ମିମି, ହୀରାକୁଦ ରେ ୪୩.୨ ମିମି ଏବଂ ପୁରୀ ରେ ୪୦.୨ ମିମି ବର୍ଷା ରେକର୍ଡ ହୋଇଛି। ଗୋଟିଏ ପଟେ ମୌସୁମୀ କାରଣରୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଥିବା ବେଳେ ଲଘୁଚାପ ପ୍ରଭାବରେ ବର୍ଷାର ପରିମାଣ ଆହୁରି ବଢ଼ିବ।

ଆଗାମୀ ୨ ଦିନ ଅର୍ଥାତ୍‌‌ ୨୬ ଓ ୨୭ ତାରିଖରେ ଲଘୁଚାପ ଯୋଗୁଁ ରାଜ୍ୟର କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସୋମବାର ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷାର ପରିମାଣ ବଢ଼ିବ। ବିଶେଷକରି ବରଗଡ଼, ବଲାଙ୍ଗୀର, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ଉପରୋକ୍ତ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

What's Your Reaction?

like

dislike

love

funny

angry

sad

wow

K.S -KwikOdisha Bureau My writing style is characterized by engaging storytelling, meticulous fact-checking, and a commitment to presenting multiple perspectives.