ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

Jun 28, 2023 - 12:16
 0  8
ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଏକାମ୍ର ପ୍ରକଳ୍ପର ଭୂମିପୂଜନ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଲିଙ୍ଗରାଜ ମନ୍ଦିର ପରିସରରେ ଭୂମିପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଆମେନିଟିଜ ଆଣ୍ଡ ମନ୍ୟୁମେଣ୍ଟସ୍‌‌ ରିଭାଇଭାଲ୍‌‌ ପ୍ଲାନ୍‌‌ର ମଧ୍ୟ ଶିଳାନ୍ୟାସ କରିଛନ୍ତି। ଶିଳାନ୍ୟାସ ପରେ ଯଜ୍ଞ ପୂର୍ଣ୍ଣାହୁତିରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ। ପ୍ରକଳ୍ପ ପାଇଁ ଜମିଦାତା ସେବାୟତ ଓ ଅନ୍ୟ ପରିବାର ବର୍ଗକୁ ସମ୍ବର୍ଦ୍ଧିତ କରିଛନ୍ତି। ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହି ଯଜ୍ଞରେ ପୁଷ୍ପାଞ୍ଜଳି ଦେବା ସହ ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ୫ଟି ସଚିବ ଭି.କେ.ପାଣ୍ଡିଆନ୍ ମଧ୍ୟ ଉପସ୍ଥିତ ଥିଲେ।

ଉଲ୍ଲେଖଯୋଗ୍ୟ, ସୋମବାର ମାଙ୍ଗଳିକ ଅଙ୍କୁରରୋପଣ ସରିବା ପରେ ମଙ୍ଗଳବାର ପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିର ସମ୍ମୁଖରେ ଗଢ଼ା ହୋଇଥିବା ଯଜ୍ଞ ମଣ୍ଡପରେ ହରିହରାତ୍ମକ ଯଜ୍ଞ ଆରମ୍ଭ ହୋଇଥିଲା।  ଭୋର୍‌ ୪ଟାରୁ ବିନ୍ଦୁସାଗରରୁ କଳସ ଯାତ୍ରା ଓ ଗଙ୍ଗା ଆବାହନ କରାଯାଇଥିଲା। ପରେ ପରେ ଗୁରୁ ପୂଜନ, ପଞ୍ଚକର୍ମ, ସୂର୍ଯ୍ୟପୂଜା, ଗୋପୂଜା, ଧରିତ୍ରୀ ପୂଜା, ବାହ୍ୟଦ୍ୱାର ପୂଜା, ଦୀକ୍ଷା ଗ୍ରହଣ, ଶିଳା ପ୍ରବେଶ ଓ ମଣ୍ଡଳ ପୂଜା ସରିବା ପରେ ପ୍ରାୟ ୨ଟା ବେଳକୁ ଅଗ୍ନି ସ୍ଥାପନ (ହବନ) ଓ ଯଜ୍ଞ କର୍ମ କାର୍ଯ୍ୟ ଆରମ୍ଭ କରାଯାଇଥିଲା। ବେଦବାଚସ୍ପତି ବୀରେନ୍ଦ୍ର କିଶୋର ତ୍ରିପାଠୀଙ୍କ ସହ ୨୫ଜଣ ବ୍ରାହ୍ମଣ ଓ ବେଦପାଠୀମାନେ ଯଜ୍ଞ କରିଥିଲେ। ଆଜି ଆଷାଢ଼ ଶୁକ୍ଳ ପକ୍ଷ ଦଶମୀ ତିଥିରେ ଯଜ୍ଞ ପୂର୍ଣ୍ଣାହୁତି ହେଉଛି। ଏଥିପାଇଁ ସକାଳ ୬ଟା ୩୦ ପରେ ସୂର୍ଯ୍ୟପୂଜା, ଦ୍ବାରପାଳ ପୂଜା, ଶାଳା ପୂଜା, ଅଗ୍ନିପୂଜା ଓ ବଦନ ପରେ ୯ଟା ୩୦ ବେଳକୁ ଶିଳା ଶିଶୋଧନ, ଶିଳା ପ୍ରତିଷ୍ଠା, ଗର୍ଭ ସଂସ୍କାର ଓ ଶିଳାନ୍ୟାସ କର୍ମ କରାଯିବା ପରେ ଯଜ୍ଞ ପୂର୍ଣ୍ଣାହୁତି ହୋଇଛି।

What's Your Reaction?

like

dislike

love

funny

angry

sad

wow

K.S -KwikOdisha Bureau My writing style is characterized by engaging storytelling, meticulous fact-checking, and a commitment to presenting multiple perspectives.