ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁଣି ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ରାଷ୍ଟ୍ରପତି ଆସନ୍ତା ୨୬ରେ କଟକ ଆସିବେ। ସେ ଓଡ଼ିଶା ଉଚ୍ଚ ନ୍ୟାୟଳୟ, ଏସସିବି ମେଡିକାଲ ଓ ଜାତୀୟ ଆଇନ ବିଶ୍ଵବିଦ୍ୟାଳୟର ତିନୋଟି କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏଥିସହ ରାଷ୍ଟ୍ରପତି କଟକ ଚଣ୍ଡୀ ମନ୍ଦିର ଯାଇ ମା’ଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ଏନେଇ ଏହି ତିନୋଟି ଅନୁଷ୍ଠାନକୁ ସରକାରୀ ସ୍ତରରେ ସୂଚିତ କରାଯାଇସାରିଛି। ପ୍ରଥମ ଥର ପାଇଁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କେନ୍ଦ୍ରୀୟ ଧାନ ଗବେଷଣା କେନ୍ଦ୍ରକୁ ପୂର୍ବରୁ ଥରେ ଆସି ସାରିଛନ୍ତି ଏହା ତାଙ୍କ ଦ୍ବିତୀୟ ଥର ପାଇଁ ଗସ୍ତ। ତେବେ ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି କଟକରେ ପୁଲିସ ମଧ୍ୟ ସ୍ଵତନ୍ତ୍ର ବ୍ୟବସ୍ଥା ଉପରେ ନଜର ରଖିଛି।
ପ୍ରଥମ ଥର ପାଇଁ ରାଷ୍ଟ୍ରପତି ଏସସିବି ଗସ୍ତରେ ଆସୁଥିବାରୁ କାର୍ଯ୍ୟକ୍ରମକୁ ବ୍ୟାପକ ଭାବେ ଆୟୋଜନ କରିବା ପାଇଁ ଛାତ୍ର ସଂସଦ ସହିତ ମେଡିକାଲ କଲେଜ ଏବଂ ହସ୍ପିଟାଲ କର୍ତ୍ତୃପକ୍ଷ ପ୍ରସ୍ତୁତି ଚଳାଇଛନ୍ତି । ଏଥିପାଇଁ ଆଜି ଏସସିବି କଲେଜ କାଉନସିଲ୍ ବୈଠକ ଡକାଯାଇଛି । କଟକ ପରେ ୨୭ରେ ରାଷ୍ଟ୍ରପତି ଭଦ୍ରକ ଗସ୍ତ କରିବେ। ରାଷ୍ଟ୍ରପତି ଭଦ୍ରକ ସ୍ୱୟଂଶାସିତ ମହାବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଏଣେ ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟର ପ୍ଲାଟିନମ ଜୁବୁଲି ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗଦେବେ ଭାରତର ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ। ଆସନ୍ତା ଜୁଲାଇ ୨୭ ତାରିଖରେ ଭଦ୍ରକ ମହାବିଦ୍ୟାଳୟର ପ୍ଲାଟିନମ୍ ଜୁବୁଲି ଉତ୍ସବ ପାଳନ କରାଯିବ। ଏଥିପାଇଁ ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ପ୍ଲାଟିନମ୍ ଜୁବୁଲି ଉତ୍ସବ ପାଇଁ କଲେଜର ଅଧ୍ୟକ୍ଷ ଡ. ସୁବୋଧ ଚନ୍ଦ୍ର ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ ବୈଠକ କଲେଜ ପରିସରରେ ଅନୁଷ୍ଠିତ ହୋଇଯାଇଛି। ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମ ପୂର୍ବରୁ ପ୍ରଶାସନ ଓ ପୁଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ କରାଯିବା ନେଇ ଆଲୋଚନା ହୋଇଛି। ଦୁଇ ଦିନ ଧରି କଲେଜ ପରିସରରେ ଉତ୍ସବ ପାଳନ କରାଯିବ।
ଏଇ ପ୍ରସ୍ତୁତି ବୈଠକରେ ଜିଲ୍ଲାପାଳ ଶ୍ରୀ ବଳିରାମ ବନ୍ଦୋର ଯୋଗଦେଇ ମହାମହିମ ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମକୁ କିଭଳି ସୂଚାରୁ ରୂପେ ପରିଚଳାନା କରାଯିବ। ସେ ନେଇ ଆଲୋଚନା କରିବା ସହ ସୁରକ୍ଷା ବ୍ୟବସ୍ଥାଠାରୁ ଆରମ୍ଭ କରି କଲେଜ ପରିସରର ପରିବେଶ ଉପରେ ଗୁରୁତ୍ବ ଦେଇଥିଲେ। ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମକୁ କିଭଳି ସରସ ସୁନ୍ଦର କରାଯାଇ ପାରିବ। ସେ ନେଇ ଜିଲ୍ଲାପାଳ କଳେଜ କତ୍ତୃପକ୍ଷ ଓ ଅନ୍ୟ କର୍ମଚାରୀଙ୍କ ସହ ଆଲୋଚନା କରିଥିଲେ। ଭଦ୍ରକ କଲେଜର ପ୍ଲାଟିମ୍ ଜୁବୁଲି ଉତ୍ସବ ଦୁଇ ଦିନ ଧରି ଚାଲିବ। ପ୍ରଥମ ଦିନର ଉଦଘାଟନୀ ଉତ୍ସବରେ ମହାମହିମ ରାଷ୍ଟ୍ରପତି ଯୋଗଦେବା ସହ ଓଡ଼ିଶାର ରାଜ୍ୟପାଳ ଗଣେଶୀ ଲାଲ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସେହିପରି ଜୁଲାଇ ୨୮ ତାରିଖ ଅର୍ଥାତ ଉଦଯାପନୀ ଉତ୍ସବରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନୀବନ ପଟ୍ଟନାୟକ ଓ ଓଡ଼ିଶାର ଶିକ୍ଷାମନ୍ତ୍ରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।
What's Your Reaction?