ବିନା ସୁଧରେ ମିଶନ ଶକ୍ତି ମହିଳା ପାଇବେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ: ମୁଖ୍ୟମନ୍ତ୍ରୀ

ବିନା ସୁଧରେ ମିଶନ ଶକ୍ତି ମହିଳା ପାଇବେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ: ମୁଖ୍ୟମନ୍ତ୍ରୀ

Feb 27, 2024 - 18:39
 0  5
ବିନା ସୁଧରେ ମିଶନ ଶକ୍ତି ମହିଳା ପାଇବେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ: ମୁଖ୍ୟମନ୍ତ୍ରୀ

ବିନା ସୁଧରେ ମିଶନ ଶକ୍ତି ମହିଳା ପାଇବେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୭। ୨: : ବିନା ସୁଧରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ପାଇବେ ମିଶନ ଶକ୍ତି ମହିଳାମିଶନ ଶକ୍ତି ମହିଳାଙ୍କ ପାଇଁ ୟୁନିଫର୍ମ ଓ ବ୍ଲେଜର ସହାୟତା ଏବଂ ୧୪୫ କୋଟି ଟଙ୍କାର ସୁଧ ଫେରସ୍ତ ବ୍ୟବସ୍ଥାର ଶୁଭାରମ୍ଭ ହୋଇଛି। ଲୋକସେବା ଭବନ କନଭେନସନ୍ ସେଣ୍ଟରଠାରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଲେ, ମିଶନ ଶକ୍ତି ଆମଅନ୍ୟତମ ପ୍ରିୟ କାର୍ଯ୍ୟକ୍ରମ। ରାଜ୍ୟରେ ମହିଳାଙ୍କ ସମ୍ମାନ ଓ ଉନ୍ନତି ପାଇଁ ଆମ ସରକାର ନିରନ୍ତର ଭାବେ କାମ କରିଚାଲିଛି। ଏକ ସ୍ୱତନ୍ତ୍ର ଜୀବିକା ଅର୍ଜନ ପଦକ୍ଷେପ ମାଧ୍ୟମରେ ମିଶନ ଶକ୍ତି ମହିଳାଙ୍କୁ ୮ ହଜାର କୋଟି ଟଙ୍କାର ସରକାରୀ ବିଜିନେସ୍ ସହାୟତା ଯୋଗାଇ ଦିଆଯାଇଅଛି। ସେମାନେ ଏବେ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମରେ ପାର୍ଟନର ହୋଇଛନ୍ତି। ନୂଆ ଓଡିଶା ଗଠନରେ ସାମିଲ ହୋଇଛନ୍ତି। ସ୍ୱୟଂ ସହାୟକ ଗୋଷ୍ଠିର ମହିଳାମାନେ ଆଜି କର୍ପୋରେଟ୍ ଜଗତ ସହ ଯୋଡି ହୋଇଛନ୍ତି। ବ୍ୟବସାୟ କରିବା ପାଇଁ ଆଗ୍ରହ ପ୍ରକାଶ କରୁଛନ୍ତି। ସେଥିପାଇଁ ରାଜ୍ୟର ୭୦ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟା ଓ ୧.୫ ଲକ୍ଷ ଏସ.ଏଚ୍.ଜି. ମୁଖ୍ୟମାନଙ୍କ ପାଇଁ ୟୁନିଫର୍ମ ଓ ବ୍ଲେଜର ପାଇଁ ୭୩୦ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି।

ଚଳିତ ବର୍ଷ ମିଶନ ଶକ୍ତି ଗୋଷ୍ଠୀକୁ ୧୫ ହଜାର କୋଟି ଟଙ୍କାର ବ୍ୟାଙ୍କ ଋଣ ଦିଆଯାଇଛି। ଆସନ୍ତା ୫ ବର୍ଷ ମଧ୍ୟରେ ୭୫ ହଜାର କୋଟି ଟଙ୍କାର ବ୍ୟାଙ୍କ ଋଣ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସୁଧ ଫେରସ୍ତ ବ୍ୟବସ୍ଥାର ଶୁଭାରମ୍ଭ କରି ବରଗଡ ଜିଲ୍ଲା ମା’ ଯମୁନା ଏସ୍.ଏଚ୍.ଜି. ଓ ଗଂଜାମ ଜିଲ୍ଲା ମା’ ବିମଳା ଏସ୍‌.ଏଚ୍‌.ଜି.କୁ ଚେକ୍‌ ପ୍ରଦାନ କରିଥିଲେ।

କାର୍ଯ୍ୟକ୍ରମରେ ସ୍ୱାଗତ ଭାଷଣ ଦେଇ ମିଶନ ଶକ୍ତି ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀମତୀ ସୁଜାତା ରାଉତ କାର୍ତ୍ତିକେୟନ କହିଥିଲେ ଯେ ବିନା ସୁଧରେ ଋଣ ବ୍ୟବସ୍ଥା ମା’ମାନଙ୍କ ହାତମୁଠାକୁ ଟାଣ କରିବା ସହିତ ଆର୍ଥିକ କ୍ଷେତ୍ରରେ ସେମାନଙ୍କୁ ଅଧିକ ସଶକ୍ତ କରିଛି। ମିଶନ ଶକ୍ତି ମା’ମାନେ ଆଜି ଏକ୍ସପୋଜର୍ ଭିଜିଟ୍ ରେ ଯାଉଛନ୍ତି।

କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ତଥା ମିଶନ ଶକ୍ତି ମନ୍ତ୍ରୀ ଶ୍ରୀମତୀ ବାସନ୍ତୀ ହେମ୍ବ୍ରମ ଭାଷଣ ଦେଇଥିଲେ। ମିଶନ ଶକ୍ତି ଉପଦେଷ୍ଟା ଲୋପାମୁଦ୍ରା ବକ୍ସି ପାତ୍ର, ଗିତାଞ୍ଜଳୀ ବସ୍ତିଆ, ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଉପସ୍ଥିତ ଥିଲେ।

What's Your Reaction?

like

dislike

love

funny

angry

sad

wow