ରାଜ୍ୟର ୩୪ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ଘୋଷଣା

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୨୦ଟି ଜିଲ୍ଲାରେ ୩୪ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ ଚାରିଟି ଜିଲାର ପାଞ୍ଚଟି ଏନଏସିକୁ ମୁନିସିପାଲିଟି ଘୋଷଣା କରିଛନ୍ତି

Feb 24, 2024 - 17:11
 0  3

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୨୦ଟି ଜିଲ୍ଲାରେ ୩୪ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ ଚାରିଟି ଜିଲାର ପାଞ୍ଚଟି ଏନଏସିକୁ  ମୁନିସିପାଲିଟି  କରାଯିବା ବିଷୟ  ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ବୌଦ୍ଧ ଜିଲ୍ଲାର ବୌଦ୍ଧଗଡ଼, ମଯୂରଭଞ୍ଜର କରଞ୍ଜିଆ ବଲାଙ୍ଗିରର କଣ୍ଟାବାଞ୍ଝି ଓ ଗଞ୍ଜାମ ଜିଲ୍ଲାର ଛତ୍ରପୁର ଓ ଆସ୍କା ଏନଏସିକୁ ମୁନିସିପାଲିଟି ଭାବେ ଉନ୍ନୀତ କରାଯାଇଛି। 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲା ଗସ୍ତ ଅବସରରେ ଜନସାଧାରଣଙ୍କ ପ୍ରସ୍ତାବ ରହିଥିଲା। ସ୍ଥାନୀୟ ଅଞ୍ଚଳର ବିକାଶର ଆବଶ୍ୟକତାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି।

ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦଗୁଡିକ ହେଲା– ଅନୁଗୋଳ ଜିଲ୍ଲାର ପାଲଲହଡ଼ା ଓ ଛେଣ୍ଡିପଦା, ବାଲେଶ୍ୱର ଜିଲ୍ଲାର ବସ୍ତା ଓ ସିମୁଳିଆ, ବରଗଡ଼ ଜିଲ୍ଲାର ପାଇକମାଳ ଓ ଭେଡ଼େନ, ଭଦ୍ରକ ଜିଲ୍ଲାର ଅଗରପଡ଼ା, ବଲାଙ୍ଗିର ଜିଲ୍ଲାର ବେଲପଡ଼ା ଓ ସଇଁତଳା, ଯାଜପୁର ଜିଲ୍ଲାର ବିଞ୍ଝାରପୁର, ପାଣିକୋଇଲି, ଜାରକା ଓ ଚଣ୍ଡିଖୋଲ, କଳହାଣ୍ଡି ଜିଲ୍ଲାର ଜୟପାଟଣା, କନ୍ଧମାଳ ଜିଲ୍ଲାର ରାଇକିଆ, କୋରାପୁଟ ଜିଲ୍ଲାର ବୋରିଗୁମା, ନୂଆପଡା ଜିଲ୍ଲାର ସିନାପାଲି, ରାୟଗଡ଼ା ଜିଲ୍ଲାର ଚାନ୍ଦିଲି, ମୁନିଗୁଡ଼ା ଓ ବିଷମକଟକ, ସୁବର୍ଣ୍ଣପୁର ଜିଲ୍ଲାର ଡୁଙ୍ଗୁରିପାଲି, ସୁନ୍ଦରଗଡ଼ ଜିଲ୍ଲାର ବଣେଇ, ଗଞ୍ଜାମ ଜିଲ୍ଲାର ଶେରଗଡ଼ ଓ କୁକୁଡାଖଣ୍ଡି, ନୟାଗଡ ଜିଲ୍ଲାର କଣ୍ଟିଲୋ, ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗୀ ଓ ବେଗୁନିଆ, କଟକ ଜିଲ୍ଲାର ସାଲେପୁର, ବଡ଼ମ୍ବା, ନରସିଂହପୁର ଓ ନିଆଳି, ମୟୂରଭଞ୍ଜ ଜିଲ୍ଲାର ବେତନଟି, ଢେଙ୍କାନାଳ ଜିଲ୍ଲାର ପରଜଙ୍ଗ ଏବଂ ବୌଦ୍ଧ ଜିଲ୍ଲାର କଣ୍ଟାମାଳ। 

ଜନସାଧାରଣଙ୍କ ଦାବି, କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା, ବିକାଶ ଓ ଅର୍ଥନୈତିକ ଅଭିବୃଦ୍ଧିକୁ ଦୃଷ୍ଟିରେ ରଖି ଏହି ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି। ଅଞ୍ଚଳର ସାମଗ୍ରିକ ବିକାଶ କ୍ଷେତ୍ରରେ ନବଗଠିତ ପରିଷଦ ଗୁଡିକ କାର୍ଯ୍ୟ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି।

What's Your Reaction?

like

dislike

love

funny

angry

sad

wow