୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

Jun 24, 2023 - 17:13
 0  6
୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ସାରା ରାଜ୍ୟରେ ଜାରି ରହିଛି ମୌସୁମୀ ବର୍ଷା । ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ଆଜି ଓ ଆସନ୍ତାକାଲି ସକାଳ ସୁଦ୍ଧା କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ ଯାଜପୁର, ଢେଙ୍କାନାଳ, କେନ୍ଦ୍ରାପଡା ଓ କଟକରେ ପ୍ରବଳରୁ ଅତି ପ୍ରବଳ ବର୍ଷ ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲା ଗୁଡିକ ପାଇଁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆଜିରୁ ଆସନ୍ତାକାଲି ସକାଳ ୮ଟା ୩୦ ଯାଏଁ ୧୩ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଅନୁଗୁଳ, ଦେବଗଡ, ସୁନ୍ଦରଗଡ, ସମ୍ବଲପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

What's Your Reaction?

like

dislike

love

funny

angry

sad

wow

K.S -KwikOdisha Bureau My writing style is characterized by engaging storytelling, meticulous fact-checking, and a commitment to presenting multiple perspectives.