ଅଗଷ୍ଟ ୨୫ରେ ହେବନି ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
ସୋମବାର ହେବ ନାହିଁ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ଏନେଇ ସୂଚନା ଦେଇଛି ସାଧାରଣ ପ୍ରଶାସନ ଏବଂ ଜନ ଅଭିଯୋଗ ବିଭାଗ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ l ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣ ମାଧ୍ୟମ ଜରିଆରେ ଜଣାଇ ଦିଆଯିବ।