ଶନିବାର, ମାର୍ଚ୍ଚ 7, 2026 | Loading Time...
ଶନିବାର, ମାର୍ଚ୍ଚ 7, 2026 | Loading Time...

୨୫ରେ ଆଉ ଏକ ଲଘୁଚାପ

ପ୍ରକାଶିତ: August 22, 2025, 3:16 PM | ପାଣିପାଗ
୨୫ରେ ଆଉ ଏକ ଲଘୁଚାପ


୨୫ ତାରିଖରେ ଆଉ ଏକ ଲଘୁଚାପ କ୍ଷେତ୍ର ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଅଞ୍ଚଳରେ ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଆଶଙ୍କା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଏବେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି। ସେଥିପାଇଁ ରାଜ୍ୟର ୫ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର। ବାକି ୨୫ ଜିଲ୍ଲାରେ ପ୍ରବଳ ବର୍ଷା ସହ ବିଜୁଳି ଘଡଘଡି ହେବାର ସମ୍ଭାବନା ରହିଛି। ସେଥିପାଇଁ ସେହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ତେବେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ ବୋଲି ଆଶା କରାଯାଉଛି। ଏହା ପରେ ପାଗରେ ପରିବର୍ତ୍ତନ ହୋଇପାରେ।