ଶନିବାର, ମାର୍ଚ୍ଚ 7, 2026 | Loading Time...
ଶନିବାର, ମାର୍ଚ୍ଚ 7, 2026 | Loading Time...

ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ୟେଲୋ ୱାର୍ଣ୍ଣିଂ ଜାରି

ପ୍ରକାଶିତ: July 31, 2025, 7:39 PM | ପାଣିପାଗ
ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ୟେଲୋ ୱାର୍ଣ୍ଣିଂ ଜାରି


ଭୁବନେଶ୍ୱର, ୩୧। ୭ : ଓଡିଶାର ବିଭିନ୍ନ ଜିଲ୍ଲାରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆଜି କେନ୍ଦୁଝର, ମୟୂରଭଞ୍ଜ ଏବଂ ଭଦ୍ରକ ଆଦି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡା ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। ଏଥିପାଇଁ ଉପକୂଳ ଓଡିଶା ସମେତ ଆଭ୍ୟନ୍ତରୀଣ ଓଡିଶାର ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ବିଭିନ୍ନ ସ୍ଥାନରେ ବଜ୍ରପାତର ଆଶଙ୍କା ରହିଥିବାରୁ ସେଥିପାଇଁ ସତର୍କ ରହିବାକୁ କଟକ, ଜଗତ୍‌ସିଂହପୁର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଆଦି ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା କାଲି ଅଗଷ୍ଟ ୧ ସକାଳ ୮ଟା ୩୦ ପର୍ଯ୍ୟନ୍ତ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ବର୍ଷା ହେବା ନେଇ ସତର୍କ କରାଯାଇଛି।