ଶନିବାର, ମାର୍ଚ୍ଚ 7, 2026 | Loading Time...
ଶନିବାର, ମାର୍ଚ୍ଚ 7, 2026 | Loading Time...

୭ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା:୧୩ରେ ଲଘୁଚାପ

ପ୍ରକାଶିତ: August 10, 2025, 6:27 PM | ପାଣିପାଗ
୭ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା:୧୩ରେ ଲଘୁଚାପ


ଭୁବନେଶ୍ୱର: ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳ ଏବଂ ତତସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ଉପରେ ଏବେ ଏକ ଘୂର୍ଣ୍ଣିବଳୟ ସ୍ତୁଷ୍ଟି ହୋଇ ଦକ୍ଷିଣ ପଶ୍ଚିମ ଆଡ଼କୁ ଢଳି ରହିଛି। ଏହାର ପ୍ରଭାବରେ ଆସନ୍ତା ୧୩ ତାରିଖରେ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏବେ ରାଜଧାନୀ ଭୁବେନେଶ୍ଵରରେ ମେଘୁଆ ପାଗ ରହିଛି। ସ୍ଥାନେ ସ୍ଥାନେ ଝିପିଝିପି ବର୍ଷା ମଧ୍ୟ ଲାଗି ରହିଛି। ଜଗତସିଂହପୁର, ଖୋର୍ଦ୍ଧା, କଟକ, ଗଞ୍ଜାମ, ଗଜପତି, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାର କିଛି କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥିସହ ଅନ୍ୟ ଜିଲ୍ଲା ଗୁଡ଼ିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏଥିପାଇଁ ସତର୍କ ରହିବାକୁ ସମ୍ପୃକ୍ତ ଜିଲ୍ଲାର ଜିଲାପାଳଙ୍କୁ ଏସ୍‌ଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ ଅନ୍ୟ ଜିଲ୍ଲା ଗୁଡ଼ିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।