ପ୍ରବଳ ବର୍ଷା ସମ୍ଭାବନା: ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି
ଉତ୍ତର ବଙ୍ଗୋପସାଗରରେ ଆସନ୍ତା ୨୪ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉ ଥିବାରୁ ଏହାର ପ୍ରଭାବରେ ଆଜିଠାରୁ ଓଡ଼ିଶା ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୨୬ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ ୟେଲୋ ଆଲର୍ଟ ଜାରି କରାଯାଇଛି ।
ପ୍ରବଳ ବର୍ଷା ପାଇଁ ମାଲକାନାଗିରି, କୋରାପୁଟ ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ାରେ ୟେଲୋ ଆଲର୍ଟ ଜାରି କରାଯାଇଛି। ସେହିପରି ଗଜପତି, କନ୍ଧମାଳ, କେନ୍ଦୁଝର, ବାଲେଶ୍ୱର, ସୁନ୍ଦରଗଡ଼, ମୟୁରଭଞ୍ଜରେ ମଧ୍ୟ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ବର୍ଷା ସହ ବଜ୍ରପାତ ଓ ଘଣ୍ଟା ପ୍ରତି ୩୦କିଲୋମିଟର ବେଗରେ ପବନ ବହିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।
ସେହିପରି ଆସନ୍ତା କାଲି ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଯାଜପୁର, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ବରଗଡ଼, ଅନୁଗୁଳ ଓ ଢେଙ୍କାନାଳରେ ପ୍ରବଳ ବର୍ଷା ଆଶଙ୍କା ରହିଛି।