ଶନିବାର, ମାର୍ଚ୍ଚ 7, 2026 | Loading Time...
ଶନିବାର, ମାର୍ଚ୍ଚ 7, 2026 | Loading Time...

ଲଘୁଚାପ ପ୍ରଭାବ: ସମୁଦ୍ର ଅଶାନ୍ତ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ

ପ୍ରକାଶିତ: June 17, 2025, 8:09 PM | ପାଣିପାଗ
ଲଘୁଚାପ ପ୍ରଭାବ: ସମୁଦ୍ର ଅଶାନ୍ତ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ


ଭାରତୀୟ ପାଣିପାଗ ବିଭାଗ ସୂଚନା ଅନୁସାରେ ଦକ୍ଷିଣ-ପଶ୍ଚିମ ବାଂଲାଦେଶ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ଏହା ସହିତ ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ଫଳରେ ଆଗାମୀ ତିନି ଦିନ ମଧ୍ୟରେ ଓଡ଼ିଶାର ଅନେକ ସ୍ଥାନରେ ବ୍ୟାପକ ବର୍ଷା ହେବାର ସମ୍ଭାବନା ରହିଛି। ପାଗ ପ୍ରତିକୂଳ ଥିବାରୁ ୧୭ରୁ ୧୯ ତାରିଖ ପର୍ଯ୍ୟନ୍ତ ୩ଦିନ ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାପାଇଁ ବାରଣ କରାଯାଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଏବଂ ଓଡ଼ିଶା ସରକାରଙ୍କ ମତ୍ସ୍ୟ ବିଭାଗର ନିର୍ଦ୍ଦେଶ କ୍ରମେ ସମସ୍ତ ଡଙ୍ଗା ମାଲିକ, ମତ୍ସ୍ୟଜୀବୀ କମିଟିର କର୍ମକର୍ତ୍ତାଙ୍କୁ ଏହି ସୂଚନା ଦିଆଯାଇଛି। ଏହି ଅବସରରେ ସୋମବାର ଭୋଗରାଇର ପ୍ରମୁଖ ମତ୍ସ୍ୟ ଅବତରଣ କେନ୍ଦ୍ର ଉଦୟପୁର, ତାଳସାରୀ, ରଣସିଂହପୁର ଓ କୀର୍ତ୍ତନିଆରେ ଡାକବାଜି ଯନ୍ତ୍ର ସାହାଯ୍ୟରେ ଏହି ସତର୍କ ସୂଚନା ଦିଆଯାଇଛି।