ଶନିବାର, ମାର୍ଚ୍ଚ 7, 2026 | Loading Time...
ଶନିବାର, ମାର୍ଚ୍ଚ 7, 2026 | Loading Time...

୨୪ ଘଣ୍ଟାରେ ଲଘୁଚାପ: ପ୍ରବଳ ବର୍ଷା ପାଇଁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ପ୍ରକାଶିତ: July 14, 2025, 9:15 PM | ପାଣିପାଗ
୨୪ ଘଣ୍ଟାରେ ଲଘୁଚାପ: ପ୍ରବଳ ବର୍ଷା ପାଇଁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ


ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପଶ୍ଚିମବଙ୍ଗ ଏବଂ ଓଡ଼ିଶାର ସଂଲଗ୍ନ ଉପକୂଳ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି। “ପଶ୍ଚିମ ବଙ୍ଗୋପସାଗର ଏବଂ ଉତ୍ତର ଓଡ଼ିଶା ଉପକୂଳ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଉପର ବାୟୁ ଘୂର୍ଣ୍ଣିବଳୟ ଉତ୍ତର ବଙ୍ଗୋପସାଗର ଉପରେ ଗତି କରିଛି। ଏହାର ପ୍ରଭାବରେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପଶ୍ଚିମବଙ୍ଗ ଏବଂ ଓଡ଼ିଶାର ସଂଲଗ୍ନ ଉପକୂଳ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।”

ଫଳରେ ଜୁଲାଇ ୧୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଝଡ଼ବର୍ଷା ଏବଂ ବଜ୍ରପାତ ହେବାର ସମ୍ଭାବନା ରହିଛି।

ପାଣିପାଗ ସଂସ୍ଥା ଦୁଇ ଦିନ ପାଇଁ ଏକ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଜୁଲାଇ ୧୨ରେ ମୟୂରଭଞ୍ଜ, କେନ୍ଦୁଝର ଏବଂ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଏବଂ ଜୁଲାଇ ୧୩ରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଏବଂ ବରଗଡ଼ର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ବିଜୁଳି ଘଡଘଡି ଝଡ଼ବର୍ଷା ସହ ୩୦-୪୦ କିଲୋମିଟର ବେଗରେ ପବନ ବହିପାରେ।

ଏହି ଝଡ଼ବର୍ଷା ଯୋଗୁଁ କଦଳୀ, ସଜନା, ଅମୃତ ଭଣ୍ଡା ଚାଷ ଉପରେ ପ୍ରଭାବ ପକାଇବା ସହ ବିଦ୍ୟୁତ୍ ସଂଯୋଗରେ ବ୍ୟାହାତ ଏବଂ ତଳିଆ ଅଞ୍ଚଳରେ ପାଣି ଜମିବା, ଅଣ୍ଡରପାସ୍ ବନ୍ଦ ହେବା ଭଳି ସମସ୍ୟା ଉପୁଯାଇପାରେ। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଏବଂ ବରଗଡ଼ ଜିଲ୍ଲାର ସହରାଞ୍ଚଳରେ ଦୃଶ୍ୟମାନତା କମ୍ ହେବା ନେଇ ସତର୍କ କରାଇଛି। ପ୍ରବଳ ବର୍ଷା ଯୋଗୁଁ ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ମଧ୍ୟ ହୋଇପାରେ।

ଆଗାମୀ ୧୨ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଅନୁଗୁଳ, ଢେଙ୍କାନାଳ, ଦେଓଗଡ଼, କଟକ, ନୟାଗଡ଼, କଳାହାଣ୍ଡି, କୋରାପୁଟ, ରାୟଗଡ଼ା ଏବଂ ସମ୍ବଲପୁରର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହିତ ଝଡ଼ବର୍ଷା ଏବଂ ଘଣ୍ଟା ପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିବ। ଏହି ସମୟ ମଧ୍ୟରେ ଜଗତସିଂହପୁର, ଝାରସୁଗୁଡ଼ା, ବରଗଡ଼, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଏବଂ ଗଜପତିର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଣ୍ଟା ପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିବା ସହିତ ଝଡ଼ବର୍ଷା/ବଜ୍ରପାତ ପାଇଁ ସତର୍କତା ଜାରି କରାଯାଇଛି।

ଜୁଲାଇ ୧୩ରେ ଅନୁଗୁଳ, ଢେଙ୍କାନାଳ, କଟକ, ନୟାଗଡ଼, ବୌଦ୍ଧ, ସୋନପୁର, ଦେବଗଡ଼, ବଲାଙ୍ଗିର, କନ୍ଧମାଳ ଏବଂ କଳାହାଣ୍ଡିର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଣ୍ଟା ପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିବା ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି/ବଜ୍ରପାତ ସହିତ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି।